ଓଡିଶାର ଭାତ ହାଣ୍ଡି ପଦ୍ମପୁର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ

0

ବରଗଡ: ଓଡିଶା ଆଜି ବିକାଶର ମାର୍ଗରେ ପ୍ରଶସ୍ତ ହୋଇଛି । ସବୁଠାରେ ବିକାଶର ମାର୍ଗ କ୍ଷୀପ୍ର ଗତିରେ ଆଗେଇ ଚାଲିଛି । କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର ଏବଂ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆ ଅଧ୍ୟାୟ ଲେଖିଛି । ଏଥି ମଧ୍ୟରେ ରହିଛି ବରଗଡ ଜିଲ୍ଲାର ପ୍ରଦ୍ମପୁର ନିର୍ବାଚନ ମଣ୍ଡଳୀ । ମଚଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରକୁ ଓଡିଶାର ଭାତ ହାଣ୍ଡି ହୋଲି ସମ୍ବୋଧନ କରିଛନ୍ତି । କାରଣ ଓଡିଶାକୁ ପଦ୍ମପୁର ସବୁଠାରୁ ଅଧିକ ଚାଉଳ ଯୋଗାଇଥାଏ । ତେଣୁ ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରାଯାଇଛି ଏହି ସବୁ ପ୍ରକଳ୍ପ ପଦ୍ମପୁର ଅଞ୍ଚଳକୁ ଆଗେଇ ନେବାରେ ସାହର୍ଯ୍ୟ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଏଥି ସହ ମୁଖ୍ୟମନ୍ତ୍ରୀ ପଦ୍ମପୁର ଚାଷୀଙ୍କ ନିମନ୍ତେ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।ଏହା ସହ ନବୀନ ଆହୁରି ମଧ୍ୟ କହିଛନ୍ତି ଯେ, ପଦ୍ମପୁର ଅଞ୍ଚଳର ଚାଷୀଙ୍କ ଏ ପର୍ୟ୍ୟନ୍ତ ମକ୍ସକ୍ଟକ୍ଟ୍ର ସଦ୍ଭଗ୍ଦଙ୍କକ୍ସବଦ୍ଭମର ଗ୍ଧବଦ୍ଭଳବ ପାଇନାହାନ୍ତି । ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭାରତ ସରକାରଙ୍କ ଯୋଜନା । ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ବାରମ୍ବାର ଚେଷ୍ଟା ଜାରିରଖିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି । ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।

ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ,ଯେ ଏହି କାର୍ୟ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।ଏହି କାର୍ୟ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ୟ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇଥିଲେ । ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ୟ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ୟ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।