ଓଡ଼ିଶାବାସୀ ଓ ଦଳୀୟ କର୍ମୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

0

ବ୍ୟୁରୋ : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ପୌର ନିର୍ବାଚନର ପ୍ରସ୍ତୁତି ସ୍ଵରୂପ ଦଳର ବିଧାୟକ, ସାଂସଦ, ଜିଲ୍ଲା ସଭାପତି ଓ ପର୍ୟ୍ୟବେକ୍ଷକ ମାନଙ୍କ ସହ ଭର୍ଚ୍ୟୁଆଲ ମାଧ୍ୟମରେ କଥା ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ଓଡ଼ିଶାବାସୀ ତଥା ଦଳର କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ପଞ୍ଚାୟତ ନିର୍ବାଚନରେ, ଆମର ଏହି ଅସାଧାରଣ ଓ ଅଭୂତପୂର୍ବ ସଫଳତା ପାଇଁ, ମୁଁ ସବୁ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି । ଓଡିଶାବାସୀ ପୁଣିଥରେ, ଆମ କାମ ଉପରେ, ଆସ୍ଥା ପ୍ରକାଶ କରିଛନ୍ତି । ଏହି ବିଜୟ, ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି । ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡିଶାର, ସବୁ ଅଞ୍ଚଳର ଜନସାଧାରଣ, ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି । ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି । ମୁଁ ଧନ୍ୟବାଦ ଦେଉଛି ଆମର କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ, ଯେଉଁମାନେ ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ଆମ ସରକାରଙ୍କ ନୀତି ଓ କାର୍ୟ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି । ଏହି ସଫଳତା ହେଉଛି ଆପଣମାନଙ୍କର ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି । ବିଜୁ ଜନତା ଦଳ ଓଡିଶାବାସୀଙ୍କର ଏହି ମତକୁ ନମ୍ରତାର ସହ ଗ୍ରହଣ କରିଛି । ଆମେ ଆମର ଭଲ କାମ ଜାରି ରଖିବୁ ।”