ନୂଆଦିଲ୍ଲୀ : ଦେଶରେ ବଢୁଛି ଆଉ କମୁଛି କରୋନା ସଂକ୍ରମଣ । ସେହିପରି ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୬୬ ହୋଇଥିବା ବେଳେ ସକ୍ରିୟ ଆକ୍ରନ୍ତଙ୍କ ସଂଖ୍ୟା ୧,୭୮୩ ସାମାନ୍ୟ ବୃଦ୍ଧି ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୭ କୋଟିରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୦ରେ ଅପରିବର୍ତ୍ତିତ ରହିଛି । ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୦,୩୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି । ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୮୩ ଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।