ଓଡ଼ିଶା ମହିଳାଙ୍କ ବିକାଶର ଧାରା ସମଗ୍ର ଦେଶକୁ ରାସ୍ତା ଦେଖାଇବ:ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ

0

ଭୁବନେଶ୍ୱର: ମହିଳା ମାନଙ୍କୁ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ମହିଳାମାନେ ନିଜେ ସ୍ୱାବଲମ୍ବୀ ହେବା ସହିତ ଅନ୍ୟ ମାନଙ୍କୁ ସ୍ୱାବଲମ୍ବି କରିପାରୁଛନ୍ତି । ତେଣୁ ମହିଳାଙ୍କୁ ଆହୁରି ଭିନ୍ନ ଭିନ୍ନ ପରିଚୟ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସଏଚଜି ଗ୍ରୁପ ମାଧ୍ୟମରେ ସହାୟତା ଯୋଗାଇ ଦେଇଛନ୍ତି । ତେବେ ନିକଟରେ ମହିଳା ମାନଙ୍କୁ ବିଧା ସୁଧରେ ୫ ଲକ୍ଷ ଯାଏ ଋଣ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେପଟେ ମେକ ଇନ ଓଡ଼ିଶା କନକ୍ଳେଭର ଶକ୍ତି ସମାବେଶରେ ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି ଏଣିକି ଆହୁରି ଆର୍ଥିକ କ୍ଷେତ୍ରରେ ଆଗଇବେ ମହିଳା ।

ମହିଳା ଏସଏଚଜିଗୁଡ଼ିକ ରାଜ୍ୟରେ ଏବେ ସରକାର ଓ ସମାଜ ମଧ୍ୟରେ ସେତୁର କାମ କରୁଛନ୍ତି ବୋଲି ମହିଳାମାନଙ୍କ ସ୍ବତନ୍ତ୍ର ଅଧିବେଶନରେ ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି । ମହିଳାମାନଙ୍କୁ ଆହୁରି ଆଗକୁ ନେବାକୁ ମିଶନଶକ୍ତି ବିଭାଗ ସଂକଳ୍ପବଦ୍ଧ । ବିଭିନ୍ନ ସଂସ୍ଥା ସହ ବିଭାଗ ପକ୍ଷରୁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ମହିଳାମାନଙ୍କ ଉତ୍ପାଦିତ ସାମଗ୍ରୀର ବଜାର ମୂଲ୍ୟ ବଢ଼ିବ । ଫ୍ଲିପକାର୍ଟ ସହ ଆମର ଏମଓୟୁ ପରେ ଏଣିକି ଆମ ମହିଳାଙ୍କ ହାତ ତିଆରି ଜିନିଷ ଆମେରିକା ଓ ଅଷ୍ଟ୍ରେଲିଆ ବଜାରରେ ବିକ୍ରି ହେବ ।ଆର୍ନ୍ତଜାତିକ ବଜାରରେ ପହଞ୍ଚିବ ଓଡ଼ିଶା ମହିଳାଙ୍କ ସାମଗ୍ରୀ । ମହିଳା ଏସଏଚଜିଗୁଡ଼ିକୁ ସରକାର ଅଧିକ ସହଯୋଗ ଓ ସହାୟତା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ମହିଳାଙ୍କ ବିକାଶର ଧାରା ସମଗ୍ର ଦେଶକୁ ରାସ୍ତା ଦେଖାଇବ ବୋଲି କହିଛନ୍ତି ମିଶନ ଶକ୍ତି ସଚିବ ।