୫ଦିନ କାଳବୈଶାଖୀ ସମ୍ଭାବନା

0

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ୪୦ରୁ ୫୦କିମି ବେଗରେ ପବନ ବୋହବା ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏଥିସହ ୨୪ ଘଣ୍ଟା ମଧ୍ୟରେ ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେବେ ରାଜ୍ୟରେ ଆସନ୍ତା ୯ ତାରିଖ ଯାଏଁ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆସନ୍ତା ୫ରୁ ୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ତେଣୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉପରୋକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।