(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
New recoveries: 19
Cumulative tested: 30990717
Positive: 1287885
Recovered: 1278588
Active cases: 122— I & PR Department, Odisha (@IPR_Odisha) April 14, 2022
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୮୫ ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୦୯୯୦୭୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୮୮ ଜଣ ସୁସ୍ଥ ହୋଇଛନ୍ତି ।