ରାଜ୍ୟରୁ ଆଉ ୩୬ କରୋନା ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-]

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୦୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ ଜଣ କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୨୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।