ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

0

ଗୋପ(ଜୟନ୍ତ କୁମାର ସେଠୀ): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ କରିଥାନ୍ତି ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶ୍ରୀଙ୍ଗାର କରାଯାଇଥାଏ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ଏବଂ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ । ଏହାପରେ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇ  ପୁନର୍ବାର ଦର୍ଶନ ଆରମ୍ଭ ହୋଇଥାଏ । ତେବେ କୋଭିଡ କଟକଣା ଯୋଗୁଁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି  ।