Reporters Today
  • Home
  • Uncategorized
  • ଅସଲି ପୋଲିସ ପଞ୍ଝାରେ ଦୁଇଜଣ ନକଲି ପୋଲିସ
Uncategorized ଓଡିଶା

ଅସଲି ପୋଲିସ ପଞ୍ଝାରେ ଦୁଇଜଣ ନକଲି ପୋଲିସ

(ରିପୋର୍ଟସ ଟୁଡେ) ; କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ସଫଳତା । ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ଫେକ୍ ପୋଲିସ୍ ଅଫିସରକୁ ଗିରଫ କରିଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ । ସୂଚନା ପ୍ରକାରେ ବାଲିଗୁଡ଼ା ପୋଲିସ ରାତିରେ ପେଟ୍ରୋଲିଂ କରୁଥିବା ବେଳେ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଥିଲା ପୋଲିସ। ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଗିରଫ ଦୁଇଜଣ ପୋଲିସ ଏ ଏସ ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ୍ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଡକାୟତି କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି । ସେପଟେ ଦୁଇ ନକଲି ପୋଲିସ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର, ଗୋଟିଏ ଲୁହା ରଡ, ଦୁଇଟି ବେତ ଲାଠି,ଦୁଇହଳ ପୋଲିସ ଡ୍ରେସ , ଗୋଟିଏ ଖେଳଣା ପିସ୍ତଲ,ସାତୋଟି ପୋଲିସ୍ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଥିଲା ପୋଲିସ । କଟକ ଜିଲ୍ଲା ଚଣ୍ଡୀ ଛକ ଓ କନିକା ଛକ ଅଞ୍ଚଳର ଦୁଇଜଣ ନକଲି ପୋଲିସକୁ ଗିରଫ କରିଥିଲା ବାଲିଗୁଡ଼ା ପୋଲିସ । ୧ମାସ ପରେ ଘଟଣାରେ ସମ୍ପୃକ୍ତ ପୁଣି ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ଜଣେ ଏବେବି ଫେରାର ଥିବା ଜଣାପଡ଼ିଛି । ଗିରଫ ଦୁଇଜଣ ବାଲିଗୁଡ଼ା ଥାନା ତେମାଙ୍ଗି ଓ ସିନ୍ଦ୍ରିଗାଁ ଅଞ୍ଚଳର ସିଦ୍ଧାନ୍ତ ମଲ୍ଲିକ ଓ ସୁଦର୍ଶନ ବିନ୍ଧାଣୀ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

Related posts

ଆଠଗଡ଼ରେ ଜନଶୁଣାଣୀ ଶିବିର

Report

ପୁଣି ରାଜ ରାସ୍ତାରେ ଗର୍ଜିଲେ ଚାଷୀ

Report

କୋଭିଡ ଗାଇଡଲାଇନ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Report

Leave a Comment