ବିର୍ଜାପୁର ଜଙ୍ଗଲରେ ଦୁଇ ହାର୍ଡ଼କୋର ମାଓବାଦୀ ନିହତ

0

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୁଳିବିନିମୟ । ଏହି ଗୁଳିବିନିମୟରେ ଦୁଇ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଜିଲ୍ଲାର କରି ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହା ପରେ ଡିଆରଜି ଓ ତେଲେଙ୍ଗାନାର ଗ୍ରେହାଉଣ୍ଡ ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ତେବେ ଯବାନଙ୍କ ଆସିବା ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିଥିଲେ। ଯାହାର ଦୃଢ ଜବାବ ଦେଇଥିଲେ ଯବାନମାନେ , ସେମାନଙ୍କ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଆତୁର ନାଗରାମ ମହାଦେବପୁର ଏରିଆ କମିଟିର ଡି.ଭି.ସି.ଏମ ପଦରେ ଥିବା ମାଓ ନେତା ସୁନାଧର ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ମାଓ ନେତାଙ୍କୁ ଚିହ୍ନଟ ହୋଇପାରିନାହିଁ । ଘଟଣାସ୍ଥଳରେ ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଥିବା ନେଇ ଜଣାପଡ଼ିଛି ।