ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
କଟକ: ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ | କଟକ ଚଣ୍ଡି ରୋଡ୍ ସ୍ଥିତ ବାସଭବନରେ ଝରଣା ଦାସଙ୍କ ପରଲୋକ ଘଟିଛି | ୮୨ ବର୍ଷ ବୟସରେ ବିଳମ୍ବିତ ରାତିରେ ଆଖିବୁଜିଲେ ବର୍ଷିୟାନ ଅଭିନେତ୍ରୀ | ୬୦ ଦଶକର ଓଡ଼ିଆ ସିନେମାରେ ଆଗଧାଡ଼ିର ଅଭିନେତ୍ରୀ ଥିଲେ | ଝରଣା ଦାସ ଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଳଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଛି | ଆମଡ ବାଟ, ମଲାଜହ୍ନ, ଅଦିନ ମେଘ ଥିଲା ଅଭିନେତ୍ରୀଙ୍କ ଥିଲା ଚର୍ଚ୍ଚତ ଫିଲ୍ମ | ବହୁ ବେତାର ନାଟକରେ ମଧ୍ୟ ଅଭିନୟ କରିଛନ୍ତି ଝରଣା ଦାସ |୧୯୯୭ରେ ଜୟଦେବ ପୁରସ୍କାର ପାଇଥିଲେ ଝରଣା ଦାସ |
ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି | ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି | ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ,ଜଗତ ରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି | ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି | ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି |