୩ରୁ ବଦଳିବ ପାଗ, ଘଡ଼ଘଡି ସହ ବର୍ଷା ସମ୍ଭାବନା

୩ରୁ ସାମାନ୍ୟ ବଦଳିବ ପାଗ

0

(ଭୁବନେଶ୍ୱର) : ୩ରୁ ସାମାନ୍ୟ ବଦଳିବ ପାଗ। ୩ ଓ ୪ ତାରିଖରେ ରାଜ୍ୟରେ ତାପମାତ୍ରା କମିବ ଓ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ମୋଟ ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌ଆର୍‌ ବିଶ୍ୱାସଙ୍କ କହିବା ଅନୁସାରେ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

 

ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କନ୍ଧମାଳ, ଗଜପତି, ରାୟଗଡ଼ା, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସମାନ ସ୍ଥିତି ଦେଖାଯାଇ ପାରେ।