୯ ଜିଲ୍ଲାରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଲଗାତାର ପ୍ରବଳ ବର୍ଷା ସମ୍ଭାବନା

ମୌସୁମୀ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେଉଛି । ଶୁକ୍ରବାର ରାଜ୍ୟର ଉପକୂଳ ଓଡ଼ିଶାରେ ଅଧିକାଂଶ ଜାଗାରେ ବର୍ଷା ହୋଇପାରେ ।

0

(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେଉଛି । ଶୁକ୍ରବାର ରାଜ୍ୟର ଉପକୂଳ ଓଡ଼ିଶାରେ ଅଧିକାଂଶ ଜାଗାରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କିଛି କିଛି ଜାଗାରେ ବର୍ଷା ହେବ । ଶୁକ୍ରବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ପୂର୍ବ ଆକଳନ ମୁତାବକ, ଅଗଷ୍ଟ ୩୧ ସୁଦ୍ଧା ରାଜ୍ୟରେ ହାରାହାରି ୯୦ ମିମି ବର୍ଷା ହୋଇପାରେ ।

ସୂଚନାନୁଯାୟୀ , ଦୀର୍ଘ ଅବଧି ପାଣିପାଗ ପୂର୍ବାନୁମାନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ପାଣିପାଗ ବିଭାଗ କହିଛି, ଶୁକ୍ରବାର କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ପୁରୀ, ଅନୁଗୁଳ, ବଲାଙ୍ଗିର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୮ ତାରିଖରେ ମଧ୍ୟ କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।