ଘନ କୁହୁଡ଼ି : ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

0

(ଭୁବନେଶ୍ୱର) : ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଛି। ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିଥିବାରୁ ଯାତାୟାତରେ ସମସ୍ୟା ଉପୁଜିଛି। ଘନ କୁହୁଡ଼ି ନେଇ ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ,କଳାହାଣ୍ଡି ଓ ନବରଙ୍ଗପୁର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ସୂଚନାନୁଯାୟୀ , ପାଣିପାଗର ସୂଚନା ଅନୁସାରେ, ଆସନ୍ତାକାଲି ପାଇଁ ୯ଟି ଜିଲ୍ଲା ଓ ଗୁରୁବାର ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବ। ଏହାସହ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।